ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କରୋନା ଆକ୍ରାନ୍ତ, ୨୯୯୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | June 08, 2020 IST

ଭୁବନେଶ୍ବର ୦୮।୦୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା। ସୋମବାର ଦିନ ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ସୋମବାର ଚିହ୍ନଟ ହୋଇଥିବା ୧୩୮ ସଂକ୍ରମିତଙ୍କ ମଧ୍ୟରୁ ଯାଜାପୁର ଜିଲ୍ଲାରୁ ୬ଜଣ , ରାୟଗଡା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ସମ୍ବଲପୁରକୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୨ଜଣ , ନୂଆପଡା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.