Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ରାଜ୍ୟରେ ୩ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୧୪୬ ଆକ୍ରାନ୍ତ

9/06/2020 at 9:42 AM

ଭୁବନେଶ୍ବର ୯।୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା। ମଙ୍ଗଳବାର ଦିନ ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ଚିହ୍ନଟ ହୋଇଥିବା ୧୪୬ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ ଜଣ, ଦେବଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୭ ଜଣ ଏବଂ ‘ଅମ୍ଫାନ୍’ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ଏନଡିଆରଏଫ/ଓଡ୍ରାଫର ୬୧ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts