Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା : ପୁଣି ୫୮ପଜିଟିଭ୍ ଚିହ୍ନଟ, ୩୫୨ ଛୁଇଁଲା ରୋଗୀଙ୍କ ସଂଖ୍ୟା

10/05/2020 at 6:40 AM

ଭୁବନେଶ୍ବର ୧୦।୫ : ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୫୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ରବିବାର ଚିହ୍ନଟ ହୋଇଥିବା ୫୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଛନ୍ତି ।

ଗଞ୍ଜାମ ଜିଲ୍ଲାରୁ ରବିବାର ଆଉ ୨୯ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି ଅନୁଗୋଳ ଜିଲ୍ଲାରେ ପ୍ରଥମ ଥର ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟର କରୋନା ଗ୍ରାଫ୍‌ରେ ଯୋଡି ହୋଇଯାଇଛି ଅନୁଗୋଳ ଜିଲ୍ଲା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩ ରହିଛି । ବାଲେଶ୍ବର ଜିଲ୍ଲାରୁ ଆଉ ୧୫ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି । ସେଥିମଧ୍ୟରୁ ୩୩ଟି ଆକ୍ଟିଭ୍ କେସ୍ ଥିବାବେଳେ ୯ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଜିଲ୍ଲାରେ ୮ଟି ଯାକ ଆକ୍ଟିଭ କେସ୍ ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶନିବାର ବିଭିନ୍ନ ସ୍ଥାନରୁ ୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଥିଲେ ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts