ରାଜ୍ୟରେ ପୁଣି ଚିହ୍ନଟ ହେଲେ ୧୦ କରୋନା ସଂକ୍ରମିତ, ୩୬୨ରେ ପହଞ୍ଚିଲା ରୋଗୀଙ୍କ ସଂଖ୍ୟା

Published By : Prameya-News7 Bureau | May 10, 2020 IST

ଭୁବନେଶ୍ବର ୧୦।୫ : ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରବିବାର ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୧୦ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୬ଜଣ ରହିଥବା ବେଳେ ଯାଜପୁର ଜିଲ୍ଲାର ୪ଜଣ ରହିଛନ୍ତି । ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି । ଏଥିମଧ୍ୟରୁ ୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ଯାଜପୁର ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୯ରେ ପହଞ୍ଚିଛି । ଏଥିମଧ୍ୟରୁ ୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି ।

{"id":267717,"sizeSlug":"large"}

ରବିବାର ସକାଳୁ ଚିହ୍ନଟ ହୋଇଥିବା ୫୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଥିଲେ । ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ଗଞ୍ଜାମ ଜିଲ୍ଲାରେ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ଅନୁଗୋଳ ଜିଲ୍ଲାରେ ପ୍ରଥମ ଥର ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟର କରୋନା ଗ୍ରାଫ୍‌ରେ ଯୋଡି ହୋଇଯାଇଛି ଅନୁଗୋଳ ଜିଲ୍ଲା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩ ରହିଛି । ବାଲେଶ୍ବର ଜିଲ୍ଲାରୁ ଆଉ ୧୫ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି । ସେଥିମଧ୍ୟରୁ ୩୩ଟି ଆକ୍ଟିଭ୍ କେସ୍ ଥିବାବେଳେ ୯ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଜିଲ୍ଲାରେ ୮ଟି ଯାକ ଆକ୍ଟିଭ କେସ୍ ରହିଛି ।

{"id":267708,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

{"id":267718,"width":576,"height":1066,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.