ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ : ଆଉ ୨୩ ସଂକ୍ରମିତ ଚିହ୍ନଟ, ୪୩୭ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 12, 2020 IST

ଭୁବନେଶ୍ବର ୧୨।୫: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ମଙ୍ଗଳବାର ରାଜ୍ୟରେ ଆଉ ୨୩କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଏହି ୨୩ ସଂକ୍ରମିତ ବାଲେଶ୍ବର, ଗଞ୍ଜାମ, ଯାଜପୁର, ପୁରୀ ଏବଂ ବୌଦ୍ଧ ଜିଲ୍ଲାରୁ ରହିଥିବା ସୂଚନା ମିଳିଛି ।

{"id":268486,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରୁ ୩୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ସୋମବାର ଚିହ୍ନଟ ହୋଇଥିବା ୩୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ବୌଦ୍ଧରୁ ଜଣେ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଥିଲେ ।

ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଥିଲା । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ଗଞ୍ଜାମ ଜିଲ୍ଲାରେ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୬ରେ ପହଞ୍ଚିଥିଲା । ସେଥିମଧ୍ୟରୁ ୬ଟି ଆକ୍ଟିଭ୍ କେସ୍ ଥିବାବେଳେ ୧୦ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଥିଲା । ସେଥିମଧ୍ୟରୁ ୭ଟି ଆକ୍ଟିଭ୍ କେସ୍ ଥିବାବେଳେ ୨ ଜଣ ସୁସ୍ଥ ହୋଇଛନ୍ତି । କଟକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି । ସେହିଭଳି ଯାଜପୁର ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୬୧ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪ରେ ପହଞ୍ଚିଥିଲା । ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚିଥିଲା । ଜିଲ୍ଲାରେ ୯ଟି ଯାକ ଆକ୍ଟିଭ କେସ୍ ରହିଛି । ସୋମବାର ରାଜ୍ୟରେ ୧୭ ଜଣ ରୋଗୀ ସୁସ୍ଥ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.