ରାଜ୍ୟରେ ଆଉ ୧୦୧ ସଂକ୍ରମିତ ଚିହ୍ନଟ, ୫୩୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | May 13, 2020 IST

ଭୁବନେଶ୍ବର ୧୩।୫: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଉ ୧୦୧କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତ ଗଞ୍ଜାମ, ବାଲେଶ୍ବର, ଯାଜପୁର, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାର ରହିଛନ୍ତି ବୋଲି ଜଣାପଡିଛି ।

{"id":269062,"sizeSlug":"large"}

ରାଜ୍ୟରେ ମଙ୍ଗଳବାର ବିଭିନ୍ନ ସ୍ଥାନରୁ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଚିହ୍ନଟ ହୋଇଥିବା ୨୩ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ଵର ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ଜଣେ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଥିଲେ ।

ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଥିଲା । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ଗଞ୍ଜାମ ଜିଲ୍ଲାରେ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୭ରେ ପହଞ୍ଚିଥିଲା । ସେଥିମଧ୍ୟରୁ ୪୬ଟି ଆକ୍ଟିଭ୍ କେସ୍ ଥିବାବେଳେ ୧୧ ଜଣ ସୁସ୍ଥ ହୋଇଛନ୍ତି । ଯାଜପୁର ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଥିଲା । ସେଥିମଧ୍ୟରୁ ୩୧ଟି ଆକ୍ଟିଭ୍ କେସ୍ ଥିବାବେଳେ ୩୩ ଜଣ ସୁସ୍ଥ ହୋଇଛନ୍ତି । ପୁରୀ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪ରେ ପହଞ୍ଚିଥିଲା । ଏଥିମଧ୍ୟରୁ ୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଜଣେ ସୁସ୍ଥ ହୋଇଛନ୍ତି । ସେହିଭଳି ବୌଦ୍ଧ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪ରେ ପହଞ୍ଚିଥିଲା । ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.