Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ, ୭୩୭ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

16/05/2020 at 9:13 AM

ଭୁବନେଶ୍ବର ୧୬।୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ଶନିବାର ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୬୫ ସଂକ୍ରମିତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, କଟକ ଜିଲ୍ଲାରୁ ୬, କେନ୍ଦ୍ରାପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଏବଂ ନୟାଗଡ ଜିଲ୍ଲାରୁ ୨ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଶୁକ୍ରବାର ବିଭିନ୍ନ ସ୍ଥାନରୁ ୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଶୁକ୍ରବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୩ ଜଣ ଏବଂ ଦେବଗଡ ଜିଲ୍ଲାରୁ ଜଣେ ରହିଥିଲେ ।

ସେହିଭଳି ଶୁକ୍ରବାର ୮ ଜଣ କରୋନା ପଜିଟିଭ ସୁସ୍ଥ ହୋଇଥିଲେ । ତେବେ ସୁସ୍ଥ ହୋଇଥିବା ୮ ଜଣଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର ଜିଲ୍ଲାରୁ ଜଣେ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ରହିଥିଲେ । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts