Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କରୋନା ସଂକ୍ରମିକ, ୮୨୮ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

17/05/2020 at 9:21 AM

ଭୁବନେଶ୍ବର ୧୭।୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ରବିବାର ରାଜ୍ୟରେ ଆଉ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରୁ ୬୫ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, କଟକ ଜିଲ୍ଲାରୁ ୬, କେନ୍ଦ୍ରାପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଏବଂ ନୟାଗଡ ଜିଲ୍ଲାରୁ ୨ ଜଣ ରହିଥିଲେ । ଅନ୍ୟପଟେ ରାଜ୍ୟରେ ଶନିବାର ୩୦ ଜଣ ସୁସ୍ଥ ହୋଇଥିଲେ । ସୁସ୍ଥ ହୋଇଥିବା ୩୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨୮ ଜଣ, ବାଲେଶ୍ବର ଜିଲ୍ଲାରୁ ଜଣେ ଏବଂ କଟକ ଜିଲ୍ଲାରୁ ଜଣେ ରହିଥିଲେ । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts