ଗଞ୍ଜାମ ପାଇଁ ଚିନ୍ତା ସୁରଟ ଫେରନ୍ତା : ଜିଲ୍ଲାରେ ୮୩କୁ ବୃଦ୍ଧି ପାଇଲା ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | May 09, 2020 IST

ଭୁବନେଶ୍ବର ୯।୫ : ରାଜ୍ୟରେ ଆଉ ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଏହି ୧୪ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୧୨ଜଣ ରହିଥିବା ବେଳେ ଭଦ୍ରକ ଜିଲ୍ଲାର ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାର ଜଣେ ଆକ୍ରାନ୍ତ ରହିଛନ୍ତି ।

{"id":266947,"width":576,"height":897,"sizeSlug":"large"}

ଗଞ୍ଜାମ ଜିଲ୍ଲାରେ ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଶୁକ୍ରବାର ଚିହ୍ନଟ ହୋଇଥିବା ୫୨ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୩ ଜଣ ରହିଥିଲେ । ତେବେ ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୩ରେ ପହଞ୍ଚିଥିଲା । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଅଧିକାଂଶ ସଂକ୍ରମିତ ହେଉଛନ୍ତି ସୁରଟ ଫେରନ୍ତା । ଏବେ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୩ ଛୁଇଁବା ସହ ରାଜ୍ୟରେ ସର୍ବାଧିକ ସଂକ୍ରମିତ ହେଉଛନ୍ତି ଏହି ଜିଲ୍ଲାର ।

{"id":266948,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.