ରାଜ୍ୟରେ ଚିହ୍ନଟ ହେଲେ ଶତାଧିକ କରୋନା, ସଂକ୍ରମିତ : ଆଉ ୧୦୨ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୯୭୮

Published By : Prameya-News7 Bureau | May 19, 2020 IST

ଭୁବନେଶ୍ବର ୧୯।୫ : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ମଙ୍କଳବାର ରାଜ୍ୟରେ ଆଉ ୧୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ୯୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୧୦୨ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ରହିଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କଟକରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

{"id":272364,"width":577,"height":887,"sizeSlug":"large"}

ସୋମବାର ୪୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ୪୮ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ୧୬ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

{"id":272365,"sizeSlug":"large"}

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୨୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.