Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଦେଶରେ କରୋନା ବିସ୍ଫୋରଣ : ଗୋଟିଏ ଦିନରେ ୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୧୦୩୮ ମୃତ

15/04/2021 at 9:41 AM

ନୂଆଦିଲ୍ଲୀ ୧୫।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୦୩୮ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୭୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୦୩୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୦ ଲକ୍ଷ ୭୪ହଜାର ୫୬୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୩ ହଜାର ୧୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୭୧୮୭୭।

   Related Posts