ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୬ ମୃତ

Published By : Prameya-News7 Bureau | October 31, 2021 IST

ନୂଆଦିଲ୍ଲୀ ୩୧/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୮୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୪୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୭୩ ହଜାର ୩୦୦ରେ ପହଁଚିଛି ।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୧୮୬ରେ ପହଞ୍ଚିଛି । ଏବେ ଦେଶରେ ୧୫୯୨୭୨ ସକ୍ରିୟ ମାମଲା ରହିଛି ।  ସେହିପରି ୩୩୬୫୫୮୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.