ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪, ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ବିଭାଗ

Published By : Prameya-News7 Bureau | May 17, 2020 IST

ଭୁବନେଶ୍ବର ୧୭।୫: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪ରେ ରହିଛି । ରବିବାର ଗଞ୍ଜାମ ଜିଲ୍ଲାରେ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରେ ୨ୟ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ସ୍ପଷ୍ଟ ସୂଚନା ମିଳିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.