Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

କରୋନା ନେଲା ଆଉ ଜଣଙ୍କ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ପହଞ୍ଚିଲା ୫ରେ

19/05/2020 at 10:18 AM

ଭୁବନେଶ୍ବର ୧୯।୫ : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ମୃତକ କଟକ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ୍ କରି ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୫ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିସାରିଲାଣି । ମୃତକଙ୍କ ବୟସ ୭୫ ବର୍ଷ । ସେ କୋମର୍ବିଡିଟିସ୍ ଏବଂ କ୍ରନିକ୍ ଫୁସ୍‌ଫୁସ୍‌ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ବର ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବାର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିଲା ।

ସେହିପରି ମଙ୍ଗଳବାର ରାଜ୍ୟରେ ଆଉ ୧୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ୯୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୧୦୨ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ରହିଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କଟକରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୨୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts