ଖୋର୍ଦ୍ଧା ଜିଲ୍ଲାରେ କରୋନା ନେଲା ଆଉ ଜଣଙ୍କ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ପହଞ୍ଚିଲା ୬ରେ

Published By : Prameya-News7 Bureau | May 20, 2020 IST

ଭୁବନେଶ୍ବର ୨୦।୫ : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ବୁଧବାର ଆଉ ୭୪କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ୧୦୫୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୭୪ ସଂକ୍ରମିତଙ୍କ ମଧ୍ୟରୁ ବୌଦ୍ଧ ଜିଲ୍ଲାରୁ୨୮ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, କଟକ ଜିଲ୍ଲାରୁ ୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":272895,"sizeSlug":"large"}

ରାଜ୍ୟରେ କରୋନା ନେଇଛି ଆଉ ଜଣଙ୍କ ମୁଣ୍ଡ । ଖୋର୍ଦ୍ଧା ଜିଲ୍ଲାରେ ଜଣଙ୍କ ମୃତ୍ୟୁ ହୋଇଛି । ତାଙ୍କ ବୟସ ୭୦ ବର୍ଷ । ସେ ସେ କୋମର୍ବିଡିଟି ହାଇପରଟେନସନରେ ପୀଡିତ ଥିଲେ । ତାଙ୍କୁ ୧୯ ତାରିଖରେ ଭୁବନେଶ୍ବର ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ନିଶ୍ବାସ ନେବାରେ ସମସ୍ୟା ରହିଥିଲା । ସେହିଦିନ ତାଙ୍କର ମୃତ୍ୟୁ ହୋଇଛି ।

wp:html https://twitter.com/HFWOdisha/status/1262976938907283456?s=19 /wp:html

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.