Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୭ ଛୁଇଁଲା ମୃତ୍ୟୁ ସଂଖ୍ୟା

21/05/2020 at 9:31 AM

ଭୁବନେଶ୍ବର ୨୧।୫ : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସହ ମୃତକଙ୍କ ସଂଖ୍ୟା । ରାଜ୍ୟରେ ଗୁରୁବାର ଆଉ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ ୧୧୦୩ରେ ପହଞ୍ଚିଥିବା ବେଳେ ମୃତକଙ୍କ ସଂଖ୍ୟା ୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ଗୁରୁବାର ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts