Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ

19/06/2021 at 8:42 AM

ଭୁବନେଶ୍ବର ୧୯।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts