Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୩୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

1/11/2020 at 11:41 AM

ଭୁବନେଶ୍ବର ୦୧।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୮୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୬୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୫୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୦୧୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts