Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

10/04/2021 at 9:57 AM

ଭୁବନେଶ୍ୱର ୧୦।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ବଲାଙ୍ଗୀର ଓ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୮୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୯୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୩୩୮୭୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts