Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

12/04/2021 at 9:28 AM

ଭୁବନେଶ୍ୱର ୧୨।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୨୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୦୦୪୫୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts