Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ, ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

14/04/2021 at 8:54 AM

ଭୁବନେଶ୍ୱର ୧୪।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଯାଜପୁର, ଗଞ୍ଜାମ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୫୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୧୧୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୯୪୬୧୭୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts