ରାଜ୍ୟରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ, ୧୯୪୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | April 19, 2021 IST

ଭୁବନେଶ୍ୱର ୧୯।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଝାରସୁଗଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ରହିଛନ୍ତି ।

{"id":440528,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୬୧୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୬୩୬୦୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

wp:embed {"url":"http://www.prameyanews7.com/4445-new-corona-case-in-odisha/","type":"wp-embed","providerNameSlug":"prameya-news-7","className":""}
http://www.prameyanews7.com/4445-new-corona-case-in-odisha/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.