ରାଜ୍ୟରେ କରୋନା ନେଲା ଆଉ ୭ ଜଣଙ୍କ ଜୀବନ, ୧୯୬୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | April 22, 2021 IST

ଭୁବନେଶ୍ୱର ୨୨।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":442153,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୧୩୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୭୪୯୯୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.