ରାଜ୍ୟରେ କରୋନା ନେଲା ଆଉ ୯ ଜଣଙ୍କ ଜୀବନ, ୧୯୯୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | April 26, 2021 IST

ଭୁବନେଶ୍ୱର ୨୬।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ ରହିଥିବା ବେଳେ  ଭଦ୍ରକ, କଟକ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":444237,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୪୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୨୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୯୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୧୭୮୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.