ଭୁବନେଶ୍ୱର ୨୭।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।
{"id":444825,"sizeSlug":"large","linkDestination":"none"}ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୦୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୬୭୧୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୫୪୭୩୯ସାମ୍ପୁଲ ଟେଷ୍ଟ୍ ହୋଇଛି ।