Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ରାଜ୍ୟରେ କରୋନା ନେଲା ଆଉ ୧୦ ଜଣଙ୍କ ଜୀବନ, ୨୦୧୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

28/04/2021 at 9:04 AM

ଭୁବନେଶ୍ୱର ୨୮।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts