Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ରାଜ୍ୟରେ କରୋନା ନେଲା ଆଉ ୧୨ଜଣଙ୍କ ଜୀବନ, ୨୦୨୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

29/04/2021 at 8:58 AM

ଭୁବନେଶ୍ୱର ୨୮।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୯୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୫୫୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୭୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୭୫୭୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts