ରାଜ୍ୟରେ କରୋନା ନେଲା ଆଉ ୧୪ଜଣଙ୍କ ଜୀବନ, ୨୦୪୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | April 30, 2021 IST

ଭୁବନେଶ୍ୱର ୩୦।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ରାୟଗଡା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

{"id":446398,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୪୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୬୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୦୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୮୬୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.