ଗଞ୍ଜାମ ପାଇଁ ନୂଆ କଟକଣା : ବାହାଘରରେ ୧୦୦ଲୋକ, ମିଳିବ ପ୍ୟାକେଟ୍ ଖାଦ୍ୟ
5/04/2021 at 1:25 PM

ବ୍ରହ୍ମପୁର ୦୫।୦୪: ସାରା ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି । ଯାହାକି ଚିନ୍ତାର ବିଷୟ ପାଲଟିଛି । ତେବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଠୋର ହୋଇଛି ଜିଲ୍ଲା ପ୍ରଶାସନ । ଏଥିପାଇଁ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛି ଜିଲ୍ଲା ପ୍ରଶାସନ । ଏଣିକି ବାହାଘର ଉତ୍ସବରେ ୧୦୦ରୁ ଅଧିକ ଲୋକ ଯୋଗ ଦେଇପାରିବେନି । ବାହାଘରରେ ଯୋଗ ଦେବାକୁ ଆସିଥିବା ଅତିଥି ସେଠାରେ ବସିକି ଖାଇପାରିବେ ନାହିଁ । ବରଂ ସେମାନଙ୍କୁ ଏଣିକି ପ୍ୟାକେଟ୍ ଖାଦ୍ୟ ଦିଆଯିବ । ଯଦି କେହି ନିୟମ ଉଲଂଘ୍ନ କରନ୍ତି ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯାନୁଷ୍ଠାନ ଗ୍ରହଣ କରାଯିବା ବୋଲି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ଜିଲ୍ଲାରେ ବିଗତ ୨ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଅଙ୍କ ଉପରେ ରହୁଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୩୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୫୮ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୭୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।