ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୩୪ ହଜାରରୁ ଅଧିକ ପଜିଟିଭ୍, ୫୫୩ ମୃତ

Published By : Prameya-News7 Bureau | July 06, 2021 IST

ନୂଆଦିଲ୍ଲୀ, ୦୬/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୪୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳେ ରହିଛି। ୨୪ ଘଣ୍ଟା ମଧ୍ୟରେ ୫୫୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୬ ଲକ୍ଷ ୧୯ ହଜାର ୯୩୨ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩ ହଜାର ୨୮୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୭ ଲକ୍ଷ ୫୨ ହଜାର ୨୯୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୬୪୩୫୭।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.