Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ ହଜାରରୁ ଅଧିକ ପଜିଟିଭ୍, ୧୨୦୬ ମୃତ

10/07/2021 at 9:24 AM

ନୂଆଦିଲ୍ଲୀ, ୧୦/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୧୨୦୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୭ ଲକ୍ଷ ୯୫ ହଜାର ୭୧୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୭ ହଜାର ୧୪୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୯ ଲକ୍ଷ ୩୩ ହଜାର ୫୩୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୫୦୩୩।

   Related Posts