Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୩୯ ହଜାରରୁ ଅଧିକ ପଜିଟିଭ୍, ୫୩୫ ମୃତ

25/07/2021 at 9:58 AM

ନୂଆଦିଲ୍ଲୀ, ୨୫/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୩୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୯୭୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୩୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୩ ଲକ୍ଷ ୭୧ ହଜାର ୯୦୧ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୪୩ ହଜାର ୫୫୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୨୧୨।

   Related Posts