ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୩ ହଜାରରୁ ଅଧିକ ପଜିଟିଭ୍, ଏବେ ବି ୪ ଲକ୍ଷ ଉପରେ ସକ୍ରିୟ ଆକ୍ରାନ୍ତ

Published By : Prameya-News7 Bureau | July 29, 2021 IST

ନୂଆଦିଲ୍ଲୀ, ୨୯/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩୫୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୬୪୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୫ ଲକ୍ଷ ୨୮ହଜାର ୧୧୪ରେ ପହଞ୍ଚିଛି।

{"id":487447,"sizeSlug":"large","linkDestination":"none"}

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୬୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୭ ଲକ୍ଷ ୧ ହଜାର ୬୧୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୩୮୪୦।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.