ନୂଆଦିଲ୍ଲୀ, ୧୨।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣଙ୍କ ମୃତ୍ୟୁ ହୋଇଛି ।
wp:html/wp:htmlभारत में पिछले 24 घंटों में कोरोना वायरस के 28,591 नए मामले आए, 34,848 रिकवरी हुईं और 338 लोगों की कोरोना से मौत हुई।
— ANI_HindiNews (@AHindinews) September 12, 2021
कुल मामले: 3,32,36,921
सक्रिय मामले: 3,84,921
कुल रिकवरी: 3,24,09,345
कुल मौतें: 4,42,655
कुल वैक्सीनेशन: 73,82,07,378 pic.twitter.com/6YEiLgRtZA
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୩୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୩୬ ହଜାର ୯୨୧ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୬୫୫ରେ ପହଞ୍ଚିଛି। ଏବେ ଦେଶରେ ୩୮୪୯୨୧ ସକ୍ରିୟ ମାମଲା ରହିଛି ।ସେହିପରି ୩୨୪୦୯୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।