Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ସାଙ୍ଘାତିକ ରୂପ ନେଲାଣି କରୋନା : ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୧୭ ହଜାରରୁ ଅଧିକ ପଜିଟିଭ୍, ୧୧୮୫ ମୃତ

16/04/2021 at 10:05 AM

ନୂଆଦିଲ୍ଲୀ ୧୬।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୫ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ହଜାର ୯୧୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୪ ହଜାର ୩୦୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୫୬୯୭୪୩।

   Related Posts