ନୂଆଦିଲ୍ଲୀ, ୨୭।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୬ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬୦୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୬ ଲକ୍ଷ ୭୮ ହଜାର ୭୮୬ରେ ପହଁଚିଛି ।
wp:html/wp:htmlIndia reports 26,041 new #COVID19 cases, 29,621 recoveries, and 276 deaths in the last 24 hrs as per Union Health Ministry
— ANI (@ANI) September 27, 2021
Total cases 3,36,78,786
Total recoveries 3,29,31,972
Death toll 4,47,194
Active cases 2,99,620
Total vaccination: 86,01,59,011 (38,18,362 in last 24 hrs) pic.twitter.com/4591q0Xehp
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୧୯୪ରେ ପହଞ୍ଚିଛି। ଏବେ ଦେଶରେ ୨୯୯୬୨୦ ସକ୍ରିୟ ମାମଲା ରହିଛି ।ସେହିପରି ୩୨୯୩୧୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।