Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ସଂକ୍ରମଣ ସାମାନ୍ୟ କମିଲା, ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୬୬ ହଜାରରୁ ଅଧିକ ପଜିଟିଭ୍

10/05/2021 at 10:02 AM

ନୂଆଦିଲ୍ଲୀ, ୧୦।୦୫: ସ୍ଥିତି ଅସମ୍ଭାଳ । ଭୟଙ୍କର । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪ ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ସାମାନ୍ୟ କମିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ୩ ଲକ୍ଷ ୬୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୫୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୬୬  ହଜାର  ୧୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୫୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୬ ଲକ୍ଷ ୬୨ ହଜାର ୫୭୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୬ ଲକ୍ଷ ୭୧ ହଜାର ୨୨୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୪୫୨୩୭।

   Related Posts