Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୧ ଲକ୍ଷ ୨୦ ହଜାରରୁ ଅଧିକ ପଜିଟିଭ୍,୩୩୮୦ ମୃତ

5/06/2021 at 9:47 AM

ନୂଆଦିଲ୍ଲୀ, ୦୫/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮୦ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୨୦ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୩୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୬ଲକ୍ଷ ୯୪ ହଜାର ୮୭୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୪ ହଜାର ୦୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୭ ଲକ୍ଷ ୯୫ ହଜାର ୫୪୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୫୫୫୨୪୮ ।

   Related Posts