Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ବାହାରିଲେ ୬୦ ହଜାରରୁ ଅଧିକ ପଜିଟିଭ୍, ୨୭୨୬ ମୃତ

15/06/2021 at 9:35 AM

ନୂଆଦିଲ୍ଲୀ, ୧୫/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୨୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୦୪୭୧ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୨୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୭୦ ହଜାର ୮୮୧ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୭ ହଜାର ୩୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୨ ଲକ୍ଷ ୮୦ ହଜାର ୪୭୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୧୩୩୭୮।

   Related Posts