କରୋନା ସ୍ଥିତି ଅସମ୍ଭାଳ : ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାରରୁ ଅଧିକ ପଜିଟିଭ୍, ୯୦୪ ମୃତ

Published By : Prameya-News7 Bureau | April 12, 2021 IST

ନୂଆଦିଲ୍ଲୀ ୧୨।୦୪: ସ୍ଥିତି ଅସମ୍ଭାଳ । ସମସ୍ତ ରେକର୍ଡ ଭାଙ୍ଗିଲା କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଉଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୮ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୯ଶହ ଟପିଛି । ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ହଜାର ୭୧୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୨୦୧୦୦୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.