Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

କରୋନା ନେଲାଣି ଉଗ୍ରରୂପ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୫୧୩ ମୃତ

4/04/2021 at 10:22 AM

ନୂଆଦିଲ୍ଲୀ ୦୪।୦୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୩ହଜାର ୨୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧୩ଜଣଙ୍କ ମୃତ୍ୟୁ ହୋଇଛି । ପୂର୍ବ ଦିନ ତୁଳନାରେ ରବିବାର ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୫୧୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୯୧୫୯୭ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫୯୭୯୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

   Related Posts