Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାରରୁ ଅଧିକ ପଜିଟିଭ୍, ୪୧୯୪ ମୃତ

22/05/2021 at 9:27 AM

ନୂଆଦିଲ୍ଲୀ,୨୨/୦୫:  ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି।କିନ୍ତୁ ୪  ଲକ୍ଷ ଟ୍ରେଣ୍ଡ୍ ପରେ  ଦୈନିକ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୯୪ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୫୭  ହଜାର  ୨୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୧୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୯୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୨ ଲକ୍ଷ ୮୯ ହଜାର ୨୯୦ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୫ ହଜାର ୫୨୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୯୨୩୪୦୦।

   Related Posts