ନୂଆଦିଲ୍ଲୀ, ୦୪/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୧୩ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୩୨ ହଜାର ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୧୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୫ଲକ୍ଷ ୭୪ ହଜାର ୩୫୦ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 1,32,364 नए मामले आने के बाद कुल पॉजिटिव मामलों की संख्या 2,85,74,350 हुई। 2,713 नई मौतों के बाद कुल मौतों की संख्या 3,40,702 हो गई है।
— ANI_HindiNews (@AHindinews) June 4, 2021
2,07,071 नए डिस्चार्ज के बाद कुल डिस्चार्ज की संख्या 2,65,97,655 हुई। देश में सक्रिय मामलों की कुल संख्या 16,35,993 है। pic.twitter.com/KbHWuNNqJn
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୫ ଲକ୍ଷ ୯୭ ହଜାର ୬୫୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୬୩୫୯୯୩ ।