ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ

Published By : Prameya-News7 Bureau | January 18, 2022 IST

ନୂଆଦିଲ୍ଲୀ ୧୮/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ ।   ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଦୁଇ ଲକ୍ଷ ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୩୮୦୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୧୦ ଛୁଇଁଛି ।

wp:html /wp:html

ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୬୩ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୭୩୬୬୨୮ ସକ୍ରିୟ ମାମଲା ରହିଛି ଏବଂ ୩୫୩୯୪୮୮୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୮୬୭୬୧ ସଂକ୍ରମିତ ପ୍ରାଣ ହରାଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.