ନୂଆଦିଲ୍ଲୀ ୨୯/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ । ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୨ ଲକ୍ଷ ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୭୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୩୫୫୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୭୧ ଛୁଇଁଛି ।
wp:html/wp:htmlभारत में पिछले 24 घंटों में 2,35,532 नए #COVID19 मामले, 871 मौतें और 3,35,939 रिकवरी दर्ज़ की गई।
— ANI_HindiNews (@AHindinews) January 29, 2022
सक्रिय मामले: 20,04,333
पॉजिटिविटी रेट: 13.39%
कुल वैक्सीनेशन: 1,65,04,87,260 pic.twitter.com/CffvtALPMr
ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୮୭ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୦୦୪୩୩୩ ସକ୍ରିୟ ମାମଲା ରହିଛି ଏବଂ ୩୮୩୬୦୭୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୯୩୧୯୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।