ନୂଆଦିଲ୍ଲୀ ୦୨/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।
wp:html/wp:htmlCOVID19 | India reports 9,765 new cases, 477 deaths and 8,548 recoveries in the last 24 hours; Active caseload currently stands at 99,763 pic.twitter.com/WKj3abp1tK
— ANI (@ANI) December 2, 2021
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୭୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୭୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୩୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୯୭୬୩ ସକ୍ରିୟ ମାମଲା ରହିଛି ଏବଂ ୩୪୦୩୭୦୫୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୬୯୭୨୪ ସଂକ୍ରମିତ ପ୍ରାଣ ହରାଇଛନ୍ତି ।