Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୨୨୦ ମୃତ

7/12/2021 at 9:28 AM

ନୂଆଦିଲ୍ଲୀ ୦୭/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୮୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୬ ଲକ୍ଷରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୫୦୧୪ ସକ୍ରିୟ ମାମଲା ରହିଛି ଏବଂ ୩୪୦୭୯୬୧୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୭୩୭୫୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts