ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୩୨୩ କରୋନା ପଜିଟିଭ୍

Published By : Prameya-News7 Bureau | May 21, 2022 IST

ନୂଆଦିଲ୍ଲୀ ୨୧/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସେହିପରି ୧୪୯୯୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୯୪ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୩୪୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.