ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ

Published By : Prameya-News7 Bureau | November 29, 2021 IST

ନୂଆଦିଲ୍ଲୀ ୨୯/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

wp:html /wp:html

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୩୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୩୮୫୯ ସକ୍ରିୟ ମାମଲା ରହିଛି ଏବଂ ୩୪୦୦୮୧୮୩ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.