Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ସାଙ୍ଘାତିକ : ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୮୬ ହଜାର ପଜିଟିଭ୍, ୩୪୯୮ ମୃତ

30/04/2021 at 9:56 AM

ନୂଆଦିଲ୍ଲୀ, ୩୦।୦୪: ସ୍ଥିତି ଅସମ୍ଭାଳ । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୮୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୯୮ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୮୬ ହଜାର ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୪୯୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ହଜାର ୯୭୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୦୮୪୮୧୪।

   Related Posts